THE BYAPINI

ଆଜିଠୁ ୨ଦିନ ବର୍ଷା ଆଶଙ୍କା

Get real time updates directly on you device, subscribe now.

ଭୁବନେଶ୍ବର: ଆଜିଠୁ ୨ଦିନ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି  ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ସେହିପରି ୧୮ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଆଦି ଜିଲ୍ଲାରେ ସ୍ୱଳ୍ପ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରାଜ୍ୟରେ ବର୍ତ୍ତମାନ ବିଭିନ୍ନ ଜିଲ୍ଲାରେ ଶୀତର ପ୍ରକୋପ ଜାରି ରହିଛି। ତାପମାତ୍ରାରେ ହ୍ରାସ ଯୋଗୁଁ ଶୀତ ବୃଦ୍ଧି ହୋଇଥିବା ବେଳେ ଏହି ସ୍ଥିତି ଆସନ୍ତା ୫ଦିନ ପର୍ୟ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Get real time updates directly on you device, subscribe now.

Leave A Reply

Your email address will not be published.