THE BYAPINI

ଆଜି ଶପଥ ନେଲେ ଓଡିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

Get real time updates directly on you device, subscribe now.

କଟକ: ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା । ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର । ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାର ଓକିଲାତି ପେସାକୁ ଆପଣେଇ ଥିଲେ । ଆଇନଜୀବୀ ଭାବେ ତାଙ୍କର ୩୦ ବର୍ଷର ଅନୁଭୂତି ରହିଛି । ଦେୱାନୀ, ଫୌଜଦାରୀ ଓ ଚାକିରି ସଂପର୍କିତ ଆଇନରେ ତାଙ୍କ ସ୍ୱତନ୍ତ୍ର ଦକ୍ଷତା ରହିଛି । ସୁପ୍ରିମକୋର୍ଟରେ ସେ ଓଡ଼ିଶା ହାଇକୋର୍ଟ ଓ କେନ୍ଦ୍ର ସରକାରଙ୍କ ପାଇଁ ଆଇନଜୀବୀ ଭାବେ ମାମଲା ପରିଚାଳନା କରୁଛନ୍ତି । ଶିବ ଶଙ୍କର ମିଶ୍ର ଜୟପୁର ଠାରେ ୧୯୬୮, ମେ’ ୩ରେ ଜନ୍ମଗ୍ରହଣ କରିଥିଲେ । କୋରାପୁଟର ଜୟପୁର ଲ’ କଲେଜରୁ ସେ ଏଲଏଲବି ଡିଗ୍ରି ହାସଲ କରିଥିଲେ । ସେହିଭଳି ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୧୯୬୪, ମେ’ ୨୩ରେ ବାଲେଶ୍ୱରରେ ଜନ୍ମ ଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ୨୦୦୪ରେ ସେ ଫାଷ୍ଟଟ୍ରାକ୍‌ ବିଚାରପତି ଭାବେ ଯୋଗ ଦେଇଥିଲେ । ୨୦୧୩ରେ ଜିଲ୍ଲା ଜଜ୍‌ ରେଗୁଲାର କ୍ୟାଡ଼ରରେ ଯୋଗ ଦେଇଥିଲେ । କଟକ, ଭୁବନେଶ୍ୱର, ସୁନ୍ଦରଗଡ଼, ରାଉରକେଲା, ଧର୍ମଗଡ଼ରେ ଅତିରିକ୍ତ ଜିଲ୍ଲା ଜଜ୍‌ ଭାବେ କାର୍ଯ୍ୟ କରିଛନ୍ତି । ସେ ଜଗତସିଂହପୁର ଓ ବ୍ରହ୍ମପୁରରେ ଜିଲ୍ଲା ଜଜ୍‌ ଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି । ରାଜ୍ୟରେ ଜଣେ ଲୋକପ୍ରିୟ ବିଚାର ବିଭାଗୀୟ ଅଧିକାରୀ ଭାବେ ତାଙ୍କର ସୁନାମ ରହିଛି ।

Get real time updates directly on you device, subscribe now.

Leave A Reply

Your email address will not be published.