THE BYAPINI

ଆସନ୍ତା ୧୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା

Get real time updates directly on you device, subscribe now.

ଭୁବନେଶ୍ୱର : ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ରାଜ୍ୟରେ ୩ ଦିନ ଧରି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୧୧ ତାରିଖରେ ବାଲେଶ୍ୱର,ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା,ଜଗତସିଂହପୁର, ପୁରୀ, ନୟାଗଡ, ଗଞ୍ଜାମ,ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ, ଦେବଗଡ,ଅନୁଗୋଳ,ଢେ଼ଙ୍କାନାଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡଘଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୨ ତାରିଖରେ ବାଲେଶ୍ୱର,ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ,ନୟାଗଡ, ଗଞ୍ଜାମ,ଗଜପତି, ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ, ଦେବଗଡ,ଅନୁଗୋଳ, ଢେ଼ଙ୍କାନାଳ,କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର,ମାଲକାନଗିରି,କୋରାପୁଟ ଓ ରାୟଗଡାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ସେମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଗଂଜାମ, କନ୍ଧମାଳ,ନୟାଗଡ, କଟକ, ଅନୁଗୋଳ,ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁିଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.