THE BYAPINI

ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳ ବର୍ଷିବ । ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା । ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

Get real time updates directly on you device, subscribe now.

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଅଧିକ ଘନୀଭୂତ ହେଉଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ଲଘୁଚାପ ପ୍ରଭାବରେ ଆଜି ଠାରୁ ୪ ଦିନ ଅର୍ଥାତ୍ ୨୨ ତାରିଖ ଯାଏଁ ବର୍ଷିବ । ଏହା ସହିତ ଦକ୍ଷିଣ ଆନ୍ଧ୍ର ଉପକୂଳରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଏହାର ପ୍ରଭାବରୁ ଦକ୍ଷିଣ ଓଡିଆ ଏବଂ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ଆସନ୍ତା ୨୨ ତାରିଖ ଯାଏଁ ବର୍ଷା ସଂଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ନିଆଯାଉଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ମଧ୍ୟାହ୍ନ ମଧ୍ୟରେ ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଲଘୁଚାପ ପ୍ରଭାବରୁ ରାଜ୍ୟର ୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବିଶେଷ କରି ଗଞ୍ଜାମ ଓ ଗଜପତି , ମାଲକାନଗିରି, ରାୟଗଡା ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ମାଲକାନଗିରି , ରାୟଗଡା, ମୟୂରଭଞ୍ଜ ଓ ଢ଼େଙ୍କାନାଳରେ ମଧ୍ୟ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

Get real time updates directly on you device, subscribe now.

Leave A Reply

Your email address will not be published.