ପୁରୀ : ଆସନ୍ତାକାଲି ମହାପ୍ରଭୁ ଜଗନ୍ନାଥଙ୍କର ଦର୍ଶନ ୫ ଘଂଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲଇ ଶ୍ରୀ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ କାଲି ସୋମବାର ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି , ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ କାଲି ସର୍ବସାଧାରଣ ଦର୍ଶନରେ ପ୍ରାୟ ୫ ଘଂଟା ବନ୍ଦ ରହିବ ବୋଲି ସୂଚନା ମିଳିଛି । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ପ୍ରାୟ ଅପରାହ୍ନ ୩ଟା ରୁ ଆରମ୍ଭ ହୋଇ ରାତ୍ର ୮ ଟା ପର୍ଯ୍ୟନ୍ତ ଚାଲୁ ରହିବ । ଏଣୁ ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ନାନପୂର୍ଣ୍ଣିମାରୁ ମହାପ୍ରଭୁଙ୍କ ଠାରୁ ଓଲାଗି ହୋଇଥିବା ସ୍ୱର୍ଣ୍ଣି ନିର୍ମିତ ରାହୁରେଖା ଅଳଙ୍କାରକୁ ପୁନଃର୍ବାର ଆସନ୍ତାକାଲି ମହାପ୍ରଭୁଙ୍କ ଶ୍ରୀମୁଖ ଚତୁଃପାର୍ଶ୍ୱରେ ଲାଗି ହେବ । ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପୀଡିତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା । ତେବେ ପୁନର୍ବାର ଆସନ୍ତାକାଲି ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ । ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତ ମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ । ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ । ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନଃର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।
Get real time updates directly on you device, subscribe now.

Prev Post