କଟକ: ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି)ରେ ୨୦ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରୁଥିବା ଚୁକ୍ତିଭିତ୍ତିକ କଣ୍ଡକ୍ଟରଙ୍କ ଚାକିରି ନିୟମିତ ପ୍ରସଂଗରେ ହାଇକୋର୍ଟ ଜବାବ ତଲବ କରିଛନ୍ତି। ମାମଲାରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ସଚିବ, ଓଏସଆରଟିସି ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ, ସାଧାରଣ ପରିଚାଳକ, କଟକ ଜିଲ୍ଲା ପରିବହନ ଅଧିକାରୀଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରି ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଆବେଦନକାରୀଙ୍କ ବିରୋଧରେ କୌଣସି ପ୍ରକାର କଠୋର ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜୀବନାନନ୍ଦ ମହାପାତ୍ରଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଦଶହରା ଅବକାଶ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।