ଜଙ୍ଗଲରେ ମାଓ କ୍ୟାମ୍ପ ଧ୍ୱଂସ
ବୌଦ୍ଧ : ବୌଦ୍ଧ ଜିଲ୍ଲା ବୁଢାଖୋଲ୍ ଜଙ୍ଗଲରେ ମାଓ କ୍ୟାମ୍ପ ଧ୍ୱଂସ । ଏହି ମାଓ କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଚାଲିଛି ।
ବୁଢାଖୋଲ ଓ ମାତାକୃପା ଜଙ୍ଗଲରେ ଏସ୍ଓଜି ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ୍ ଚାଲିଥିଲା । ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ନେଇ କୁମ୍ବିଂ ଅପରେସନ ଚାଲିଥିଲା । ହେଲେ ଏହି ସମୟରେ ମାଓବାଦୀ-ପୋଲିସଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଥିଲା । ଯାହାର ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ । ତେବେ ଘଟଣାସ୍ଥଳରେ ଏକ ମାଓ କ୍ୟାମ୍ପ ଠାବ ହୋଇଛି । ଏହି କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । IED ଲ୍ୟାଣ୍ଡମାଇନ, ବିଦ୍ୟୁତ୍ ତାର ସହିତ ବହୁ ବିସ୍ଫୋରକ ଜବତ ହୋଇଥିବା ସୂଚନା ମିଳିଛି ।