ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ. ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜନସାଧାରଣ ଏ ବିଷୟରେ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ଏହି ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ବିଚାର କରି ନିଷ୍ପତ୍ତି ନିଆଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଙ୍କ ସହିତ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ , ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ ।
ସୂଚନାଯୋଗ୍ୟ ଯେ, ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମାସ ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ ।
Get real time updates directly on you device, subscribe now.
![](https://thebyapini.in/wp-content/uploads/2020/10/Byapini_logo_header.jpg)