THE BYAPINI

ଜି. ଉଦୟଗିରି ସବୁଠୁ ଥଣ୍ଡା ସହର

Get real time updates directly on you device, subscribe now.

ଭୁବନେଶ୍ବର: ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ୧୫ ଡିଗ୍ରି ତଳେ ୧୯ ସହରର ତାପମାତ୍ରା ଥିବା ଜଣାଯାଇଛି। ୭. ୪ ଡିଗ୍ରୀ ସହ ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରି, ଦାରିଙ୍ଗବାଡ଼ିରେ ୮. ୫ ଡିଗ୍ରି, ଫୁଲବାଣୀରେ ୧୦ ଡିଗ୍ରି, ସେମିଳିଗୁଡ଼ାରେ ୯. ୯ ଡିଗ୍ରି, ନବରଙ୍ଗପୁରରେ ୧୧.୪, କିରେଇରେ ୧୧.୪, ସୁନ୍ଦରଗଡ଼ରେ ୧୪.୨, ଛାରସୁଗୁଡ଼ାରେ ୧୩.୯, ରାଉରକେଲାରେ ୧୩.୭, କେଉଁଝରରେ ୧୩, ମାଲକାନଗିରିରେ ୧୪.୯ ଓ ଅନୁଗୁଳରେ ୧୧ ଡିଗ୍ରି  ରେକର୍ଡ କରାଯାଇଛି।

ଏଣେ ଭୁବନେଶ୍ୱରର ରାତିର ସର୍ବନିମ୍ନ ତାପମାତ୍ରା ୧୬. ୨ ଓ କଟକରେ ୧୫ ଡିଗ୍ରି ରହିଛି । ରାଜ୍ୟରେ ୨ଦିନ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.