THE BYAPINI

ଡଙ୍ଗା ବୁଡ଼ି ୧୨ ଛାତ୍ରଛାତ୍ରୀ ମୃତ୍ୟୁ

Get real time updates directly on you device, subscribe now.

ଗୁଜରାଟ: ଗୁଜରାଟ ଭଦୋଦରା ହର୍ଣ୍ଣି ହ୍ରଦରେ ଦୁଃଖଦ ଘଟଣା ଘଟିଯାଇଛି। ହର୍ଣ୍ଣି ହ୍ରଦରେ ଏକ ଡଙ୍ଗା ବୁଡ଼ି ଯିବାରୁ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୨ ଛାତ୍ରଛାତ୍ରୀ ଓ ୨ ଶିକ୍ଷକ ଥିବା ସୂଚନା ମିଳିଛି । ୬ଜଣ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ  ନିଖୋଜ ଥିବାବେଳେ ତଲାସ କାର୍ୟ୍ୟ ଜାରି ରହିଛି।

ସୂଚନା ଅନୁଯାୟୀ, ଡଙ୍ଗାଟିରେ ୨୭ ଜଣ ଛାତ୍ରଛାତ୍ରୀ ଥିଲେ। ସେମାନେ ନ୍ୟୁ ସନ୍‌ରାଇଜ ନାମକ ଏକ ଘରୋଇ ସ୍କୁଲରେ ପଢ଼ନ୍ତି। ସ୍କୁଲ୍‌ ପକ୍ଷରୁ ସେମାନଙ୍କୁ ପିକନିକରେ ସେଠାକୁ ନିଆଯାଇଥିଲା। ତେବେ ଡଙ୍ଗାରେ ବସିଥିବା ବେଳେ ସେମାନେ କେହି ବି ଲାଇଫ୍ ଜ୍ୟାକେଟ୍ ପିନ୍ଧି ନଥିଲେ। ହ୍ରଦରେ ଡଙ୍ଗା ବୁଡ଼ି ଯିବାରୁ ଏଭଳି ଦୁଃଖଦ ଘଟଣା ଘଟିଛି। ଉଦ୍ଧାର କାର୍ୟ୍ୟ ଜାରି ରହିଛି। ଉଦ୍ଧାର କାର୍ୟ୍ୟରେ ଏନ୍‌ଡିଆର୍‌ଏଫ୍‌ ଓ ଦମକଳ ବାହିନୀ ମିଳିତ ଭାବେ ଏହି କାର୍ୟ୍ୟରେ ନିୟୋଜିତ ହୋଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଥିବାବେଳେ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରବର୍ତ୍ତୀ ସମ୍ପର୍କୀୟଙ୍କୁ ଦୁଇ ଲକ୍ଷ ଟଙ୍କା ମୂଲ୍ୟର ଏକ ଏକ୍ସ-ଗ୍ରାଟିଆ ଦିଆଯିବ। ଏହାସହିତ ଆହତ ମାନଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.