THE BYAPINI

ଡ୍ରିଙ୍କ ଫ୍ରମ୍ ଟ୍ୟାପ୍‌ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର: ଡ୍ରିଙ୍କ ଫ୍ରମ୍ ଟ୍ୟାପ୍‌ ଜଳଯୋଗାଣର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ନୂଆ ୫ଟି ସହର ଏବଂ ଅନ୍ୟ ୧୩ ସହରର ୧୪୯ଟି ଓ୍ବାର୍ଡରେ ଆରମ୍ଭ ହେଉଛି ଡ୍ରିଙ୍କ ଫ୍ରମ ଟ୍ୟାପ୍‌। ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନାର ୩ ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ କଲେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭଲ ପିଇବା ପାଣି ଯୋଗାଇବା ଆମର ଲକ୍ଷ୍ୟ। ୫ଟି ସହର ପାଇଁ ପ୍ରକଳ୍ପ ଉଦଘାଟନ କରି ମୁଁ ବହୁତ ଖୁସି। ସେହି ୫ଟି ସହର ହେଲା ନିମାପଡ଼ା, ଚମ୍ପୁଆ, ରାଇରଙ୍ଗପୁର, ରାଜଗାଙ୍ଗପୁର ଓ ବୀରମିତ୍ରପୁର। ଏହା ଦ୍ୱାରା ୩୦ହଜାର ପରିବାର ଉପକୃତ ହେବେ। ଦେଶର ପ୍ରଥମ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ରାଜ୍ୟ ହେଉଛି ଓଡ଼ିଶା। ୧୩ଟି ସହରର ୧୪୯ ୱାର୍ଡରେ ୨୪ଘଣ୍ଟିଆ ସୁବିଧା ମିଳୁଛି।

Get real time updates directly on you device, subscribe now.

Leave A Reply

Your email address will not be published.