THE BYAPINI

ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା କଲେ ପାଣ୍ଡିଆନ

Get real time updates directly on you device, subscribe now.

ପୁରୀ: ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ୟ୍ୟର ତଦାରଖ କରିଛନ୍ତି 5T ଅଧ୍ୟକ୍ଷ ଭି.କେ ପାଣ୍ଡିଆନ। ପ୍ରଥମେ ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ପରେ ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି  ।ସେହିପରି ସେହି ରାସ୍ତା ନିର୍ମାଣ କାର୍ୟ୍ୟ ବୁଲି ଦେଖିବା ସହ ମ୍ୟାପକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି। ରାସ୍ତା ପାଇଁ ଯେଉଁ ଜମି ଅଧିଗ୍ରହଣ ହେବ ସେସବୁ ସ୍ଥାନକୁ ବୁଲି ଦେଖିବା ସହ କାର୍ୟ୍ୟ ଶେଷ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଭି.କେ ପାଣ୍ଡିଆନ। ପୁରୀ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ରହି ଚାଲିଥିବା କାର୍ୟ୍ୟ ବାବଦରେ ସୂଚନା ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଓ ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ, ଲ୍ୟାଣ୍ଡସ୍କେପିଙ୍ଗ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ସମୀକ୍ଷା ଅବସରରେ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଙ୍ଗ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚିକୋଟ ଛକଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚିକୋଟ ଛକ ପର୍ୟ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.