ବର୍ଷା: ସୁନ୍ଦରଗଡ଼ରେ ସବୁ ସ୍କୁଲ-ଅଙ୍ଗନାବାଡି ଛୁଟି ଘୋଷଣା
ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି ଛୁଟି ଘୋଷଣା। ସୁନ୍ଦରଗଡ଼ ଜିଲ୍ଲାପାଳ ଛୁଟି ନେଇ ଘୋଷଣା କରିଛନ୍ତି । ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ ପ୍ରଧାନ ସୂଚନା ଦେଇଛନ୍ତି ।
ଖବର ଅନୁଯାୟୀ, ବୁଧବାରଠାରୁ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଗକୁ ମଧ୍ୟ ଏହିପରି ବର୍ଷା ହୋଇପାରେ । ତେଣୁ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଗୁଆ ସତର୍କତା ପଦକ୍ଷେପ ନେଇଛନ୍ତି ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡିକୁ ଗୋଟିଏ ଦିନ ପାଇଁ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି ଜିଲ୍ଲାପାଳ।