THE BYAPINI

ବାତ୍ୟା: ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

Get real time updates directly on you device, subscribe now.

ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ମିଗଜାଉଁ। ସୋମବାର ଅପରାହ୍ନ ବେଳକୁ ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ପାର୍ଶ୍ବବର୍ତ୍ତୀ ଉତ୍ତର ତାମିଲନାଡୁ ଉପକୂଳ ନିକଟତର ହେବ। ମଙ୍ଗଳବାର ପୂର୍ବାହ୍ନ ବେଳକୁ ବାତ୍ୟାଟି ଅତି ଭୀଷଣ ବାତ୍ୟାର ରୂପ ନେଇ ନେଲୋର ଏବଂ ମଚ୍ଛଲିପଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୯୦ ରୁ ୧୦୦ କିଲୋମିଟର ବେଗରେ ପବନ ବହିବ। ବାତ୍ୟା ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। କିଛି ଜିଲ୍ଲାରେ ହାଲୁକା ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଏବଂ ଗଜପତିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ନବରଙ୍ଗପୁର, କଳହାଣ୍ଡି, କନ୍ଧମାଳ ଏବଂ ପୁରୀକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୬ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ନୟାଗଡରେ ପ୍ରବଳ ବର୍ଷା ହେବ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ ଏବଂ ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ବେଗରେ ବହିବ। ସମୁଦ୍ର ଅଶାନ୍ତ ରହିବା କାରଣରୁ ୬ ତାରିଖ ପର୍ୟ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଏହାସହ ସବୁ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ କେନ୍ଦ୍ର।

Get real time updates directly on you device, subscribe now.

Leave A Reply

Your email address will not be published.