ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୧୦୦ ଶଯ୍ୟା ବିଶିଷ୍ଟ ଏକ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାଧାରଣ ଲୋକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ବେଗୁନିଆରେ ଶହେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ମଧ୍ୟରେ ଏନେଇ ଦାବୀ ପ୍ରକାଶ ପାଉଥିଲା । ଗତ ମାସ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବେଗୁନିଆ ଗସ୍ତରେ ଯାଇଥିବା ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ନିକଟରେ ମଧ୍ୟ ସ୍ଥାନୀୟ ଲୋକମାନେ ଏହି ଚିକତ୍ସାଳୟ ନିର୍ମାଣ ଦାବୀ ଉପସ୍ଥାପନ କରି ଏହି ଅଞ୍ଚଳରେ ଏକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପ୍ରତିଷ୍ଠା ପାଇଁ ଅନୁରୋଧ କରିଥିଲେ । ଏହି ସମ୍ୟାର ଅତିଶୀଘ୍ର ସମାଧାନ ପାଇଁ ୫ଟି ସଚିବ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ । ଆଜି ବେଗୁନିଆରେ ୧୦୦ ଶଯ୍ୟା ବିଶିଷ୍ଟ ଉପଖଣ୍ଡ ସ୍ତରୀୟ ମେଡିକାଲ୍ ଗଠନ ହେବା ସୂଚନା ପାଇବା ପରେ ଅଞ୍ଚଳରେ ଖୁସିର ମାହୋଲ ଦେଖିବାକୁ ମିଳିଛି ।
Get real time updates directly on you device, subscribe now.
