ମର୍ମନ୍ତୁଦ ସଡ଼କ ଦୁର୍ଘଟଣା,୨ ମୃତ
କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା ତୁମୁଶିଙ୍କା ଥାନା ଅଞ୍ଚଳରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଆଉ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଗୁରୁବାର ଦିନ ତୁମୁଶିଙ୍ଗା ଥାନା ଅଞ୍ଚଳରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତାରେ ଯିବା ସମୟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯେଉଁଥିରେ ୨ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ତେବେ ମୃତକ ନୂଆମହୁଲି ଗାଁର ସାଗର ସାହୁ ଓ ଅଘିରାଗୋଡ଼ା ଗାଁର ଶିବରାମ ବେହେରା ବୋଲି ଜଣାପଡିଛି । ସେହିପରି ଗୁରୁତର ଥିବା ବ୍ୟକ୍ତିଙ୍କ ନାମ କାହ୍ନା ସାହୁ ବୋଲି ସୂଚନା ମିଳିଛି । କାହ୍ନାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି ।