THE BYAPINI

ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ

Get real time updates directly on you device, subscribe now.

ଭୁବନେଶ୍ୱର: ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଶନିବାର ରାଜ୍ୟରେ ବର୍ଷା ସହ ପବନ ହୋଇଥିଲା। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି।ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୂଚନାନୁସାରେ, ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ରାଜ୍ୟର ଅନେକ ସ୍ଥାନରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ।

Get real time updates directly on you device, subscribe now.

Leave A Reply

Your email address will not be published.