THE BYAPINI

ସବୁ ବିଭାଗର ମୁଖ୍ୟଙ୍କୁ ଏହି ନିଦେ୍ର୍ଧଶ ଦେଲେ ମୁଖ୍ୟ ଶାସନ ସଚିବ

Get real time updates directly on you device, subscribe now.

ଭୁବନେଶ୍ବର: ଆସନ୍ତା ଫେବୃୟାରୀ ୩ରୁ ୫ ତାରିଖ ପର୍ୟ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଗତ ଜାୁନଆରୀ ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଥିଲେ। ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ତେବେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଉଥିବାରୁ ଏହାର ବହୁଳ ପ୍ରଚାର ପ୍ରସାର କରାଯିବ।
ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ବିଭାଗୀୟ ମୁଖ୍ୟ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉନ୍ମୋଚିତ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋକୁ ବହୁଳ ଭାବେ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।  ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ।
ସୂଚନାଯୋଗ୍ୟ ଯେ ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବୃଆରୀ ୩ ରୁ ୫ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ ।

ଏତଦବ୍ୟତୀତ ସମସ୍ତ ସରକାରୀ ଗାଡିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟର କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ । ଏପରିକି ଜିଲ୍ଲା ସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ । 

Get real time updates directly on you device, subscribe now.

Leave A Reply

Your email address will not be published.