THE BYAPINI

ସ୍କ୍ରବ୍‌ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ସୁନ୍ଦରଗଡ଼ରେ ୬ ଜଣିଆ କେନ୍ଦୀୟ ଟିମ୍‌

Get real time updates directly on you device, subscribe now.

ସୁନ୍ଦରଗଡ଼: ସୁନ୍ଦରଗଡରେ ସ୍କ୍ରବ୍‌ ଟାଇଫସର ସ୍ଥିତି ଅନୁଧ୍ୟାନ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ୍‌ ପହଞ୍ଚିଛନ୍ତି । ତାଙ୍କ ସହ ରାଜ୍ୟର ୨ ଜଣ ସଦସ୍ୟ ରହିଛନ୍ତି । ଟିମ୍‌ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ସିଡିଏମଓପିଏଚ୍‌ଓ ଡ. ଧରଣୀରଞ୍ଜନ ଶତପଥୀଙ୍କ ସହ ସ୍କ୍ରବ୍‌ ଟାଇଫସ ଉପରେ ସମୀକ୍ଷା କରିଛନ୍ତି । ଟିମରେ଼ ଡକ୍ଟର ସମୀର ଗୁଲାଟି, ପ୍ରଫେସର, ମେଡିସିନ, ଏଲଏଚଏମସି ଏବଂ ଏସଏସକେଏଚ୍‌, ନୂଆଦିଲ୍ଲୀ, ଡକ୍ଟର ତୁଷାର ନାଲେ, ଡେପୁଟି ଡାରେକ୍ଟର (ପବ୍ଲିକ ହେଲଥ୍‌ ସ୍ପେଶାଲିଷ୍ଟ), ସେଣ୍ଟର ଫର୍‌ ୱାନ୍‌ ହେଲଥ୍‌, ନ୍ୟାସନାଲ ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ, ଦିଲ୍ଲୀ, ଡାକ୍ତର ଧରା ବି ଶାହ, ଆସିଷ୍ଟାଣ୍ଟ ଡାରେକ୍ଟର (ମାଇକ୍ରୋବାୟୋଲୋଜି), ଆଇଡିଏସପି, ନ୍ୟାସନାଲ ସେଣ୍ଟର ଫର୍‌ କଣ୍ଟ୍ରୋଲ, ଦିଲ୍ଲୀ, ଡକ୍ଟର ଆରୁଷି ଘାଇ, ଇଆଇଏସ ଅଫିସର, ଆଇଡିଏସପି, ନ୍ୟାସନାଲ ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ, ଦିଲ୍ଲୀ ରହିଛନ୍ତି । ସମୀକ୍ଷା ପରେ ଟିମ୍‌ ହସ୍ପିଟାଲ ଓ କ୍ଷେତ୍ର ପରିଦର୍ଶନରେ ଯିବାର ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.