THE BYAPINI

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅନୁଭବ

Get real time updates directly on you device, subscribe now.

କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିବା ବେଳେ ଏହି ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୨୦୨୩, ସେପ୍ଟେମ୍ବର୍‌ ୨୨ରେ ପରିବାର ଅଦାଲତ ତାଙ୍କ ଛାଡ଼ପତ୍ର ଆବେଦନକୁ ଖାରଜ କରି ଯେଉଁରାୟ ଦେଇଛନ୍ତି ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଅନୁଭବ ଦର୍ଶାଇଛନ୍ତି। ଏହି ମାମଲାରେ ଅନୁଭବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବି ପକ୍ଷଭୁକ୍ତ କରିଛନ୍ତି। କଟକ ପରିବାର ଅଦାଲତ ଅନୁଭବଙ୍କ ଛାଡ଼ପତ୍ର ଆବେଦନ ସହିତ ଦାମ୍ପତ୍ୟ ଜୀବନ ପୁନଃସ୍ଥାପନ ପାଇଁ ବର୍ଷା ରୁଜୁ କରିଥିବା ମାମଲାକୁ ବି ଖାରଜ କରିଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୧୪ ଫେବ୍ରୁଆରି ୮ରେ ଅନୁଭବ ବର୍ଷାଙ୍କୁ ବିବାହ କରିଥିଲେ। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଅନୁଭବ ଦିଲ୍ଲୀର ପଟିଆଲା ହାଉସ୍‌ ଅଦାଲତରେ ଛାଡ଼ପତ୍ର ପାଇଁ ୨୦୨୦ରେ ପିଟିସନ୍ ଦାଖଲ କରିଥିଲେ। ଛାଡ଼ପତ୍ର ପାଇଁ ଅନୁଭବ ଦାୟର କରିଥିବା ଆବେଦନକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର କରିବା ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ୨୦୨୧ ମାର୍ଚ୍ଚ ୫ରେ ସୁପ୍ରିମକୋର୍ଟରେ ମାମଲାର ଚୂଡାନ୍ତ ଶୁଣାଣି ହୋଇଥିଲା। ଅନୁଭବଙ୍କ ସହମତିକୁ ବିଚାରକୁ ନେଇ ସୁପ୍ରିମକୋର୍ଟ ବର୍ଷାଙ୍କ ଟ୍ରାନ୍ସଫର୍‌ ପିଟିସନ୍‌କୁ ଅନୁମତି ଦେଇଥିଲେ। ସେହି ଅନୁଯାୟୀ ୨୦୨୧, ଏପ୍ରିଲ୍‌ ୫ରେ ଉଭୟ ପରିବାର ଅଦାଲତରେ ହାଜର ହୋଇଥିଲେ। ଉଭୟଙ୍କ ପକ୍ଷରୁ ରୁଜୁ ମାମଲାର ଏକତ୍ର ଶୁଣାଣି କଟକ ପରିବାର ଅଦାଲତରେ ହୋଇଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.