ଆଉ ୧୨୮ ପିଲା ଆକ୍ରାନ୍ତ
ରାଜ୍ୟରେ କମୁଛି ବଢ଼ୁଛି କରୋନା ସଂକ୍ରମଣ। ୧୦୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ଶୂନରୁ ୧୮ ବର୍ଷ ବୟସର ୧୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେପଟେ ଚିନ୍ତା ବଢାଉଛି ଖୋର୍ଦ୍ଧା, କଟକ । ଖୋର୍ଦ୍ଧାରୁ ସର୍ବାଧିକ ୩୯୮, ଅନୁଗୁଳରୁ ୨୯ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୭୬ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪୩ ଜଣ, ଯାଜପୁରରୁ ୫୬ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩୭ ଜଣ, କେଉଁଝରରୁ ୧୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୬ ଜଣ, ନୟାଗଡ଼ରୁ ୧୩ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।