ଦିନକରେ ଗଲା ୧୫ ଜୀବନ
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ହେବ ୮ ହଜାର ଉପରେ ରହୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି । ଦିନକରେ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି । ଖୋର୍ଦ୍ଧାରୁ ବାହାରୁଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅଧିକାଂଶ ଭୁବନେଶ୍ୱରର । ଯାହା ବିଏମସିର ନିଦ ହଜାଇଦେଇଛି ।
ଗତ ୨୪ ଘଣ୍ଟାରେ ୮୨୧୬ ନୂଆ ମାମଲା ଚିହ୍ନଟ ହୋଇଛି। ଏଥିମଧ୍ୟରୁ ସଙ୍ଗରୋଧରୁ ୪୬୮୬ ଓ ସ୍ଥାନୀୟ ସଂକ୍ରମିତ ୩୫୩୨ ଥିବା ଜଣାଯାଇଛି । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୧ ଓ ସୁନ୍ଦରଗଡ଼ରୁ ୬୩୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୁଳରୁ ୩୯୪, ବଲାଙ୍ଗୀରରୁ ୩୦୫, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରି ଜିଲ୍ଲାରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ଦିନକରେ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫ ଜଣ,ରାୟଗଡ଼ାରୁ ୩ ଜଣ,ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୯୭୫୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି ।