THE BYAPINI

ଆଜି +୨ ଅଫଲାଇନ୍ ରେଜଲ୍ଟ

Get real time updates directly on you device, subscribe now.

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ । ଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପୂର୍ବାହ୍ନ ୧୧ଟାରେ ଫଳ ପ୍ରକାଶ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି।ପରୀକ୍ଷାର୍ଥୀମାନେ ଡବ୍ଲୁଡବ୍ଲୁଡବ୍ଲୁ.ଓଡିଶାରେଜଲ୍ଟସ.ଏନଆଇସି.ଇନ ୱେବସାଇଟରୁ ସେମାନଙ୍କ ‌ରେଜଲ୍ଟ ଜାଣିପାରିବେ ।

ଯୁକ୍ତ୨ ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅକ୍ଟୋବରରେ ସ୍ବତନ୍ତ୍ର ପରୀକ୍ଷା କରାଯାଇଥିଲା। ଯେଉଁଥିରେ ଅଂଶଗ୍ରହଣ ପାଇଁ ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବା ବେଳେ ୧୨ ହଜାରରୁ ଅଧିକ ପିଲା ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୮୯୯୧ ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ୨୩୩୧, ବାଣିଜ୍ୟରେ ୬୧୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୬୧୭ ଜଣ ପରୀକ୍ଷା ଦେଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.