ଚିନ୍ତା ବଢାଇବ କି ଖୋର୍ଦ୍ଧା?
ରାଜ୍ୟରେ ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ଚିନ୍ତାଜନକ । ୨୪ ଘଂଟାରେ ରାଜ୍ୟରେ ୨୧୦ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନୂଆପଡ଼ା ଜିଲ୍ଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତା ବଢ଼ାଇଛି। ଗତ ସପ୍ତାହକ ମଧ୍ୟରେ ୧୦୦ରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୯ଜଣ, କଳାହାଣ୍ଡି, ସୁନ୍ଦରଗଡ଼ରୁ ୧୨ଜଣ ସଂକ୍ରମଣ ଚିହ୍ନଟ ହୋଇଛନ୍ତି ।
ନୂଆପଡ଼ା ସିନାପଲ୍ଲୀ, କୋମନା ବ୍ଲକର ବିଭିନ୍ନ ଗାଁରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ତେଣୁ ଏହି ସବୁ ଅଞ୍ଚଳରେ ଅଧିକରୁ ଅଧିକ ଟେଷ୍ଟିଂ ଓ ଟ୍ରାକିଂକୁ ବଢ଼ା ଯାଇଛି। ଅଧିକାଂଶ ଆକ୍ରାନ୍ତ ଛତିଶଗଡ଼ ଲିଙ୍କ୍ ଥିବା ଜିଲ୍ଲାପାଳ କହିଛନ୍ତି। ତେଣୁ ପଡ଼ୋଶୀ ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଥିବା ଜିଲ୍ଲାପାଳ କହିଛନ୍ତି।