THE BYAPINI

ରାଜ୍ୟରେ ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

Get real time updates directly on you device, subscribe now.

ରାଜ୍ୟରେ ବଢିଲା ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୯ ଜଣ ଆକ୍ରାନ୍ତ ରାଜ୍ୟରେ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି । ତେବେ ଚିହ୍ନଟ ହୋଇଥିବା ୫ ନୂଆ ଆକ୍ରାନ୍ତଙ୍କ ତଥ୍ୟର ଅନୁଧ୍ୟାନ ଚାଲୁଥିବା ନେଇ ସୂଚନା ଦେଇଛି ଆଇଏଲଏସ ।
ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ମାମଲା ସାମ୍ନାକୁ ଆସିଥିଲା । ପ୍ରଥମେ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ନାଇଜେରିଆ ଓ କତାର ଫେରନ୍ତା ଦୁଇ ବ୍ୟକ୍ତି ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ । ତେବେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି ।
ଗତ ୨୪ ଘଣ୍ଟାରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୮କୁ ବୃଦ୍ଧି ପାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୬୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୫୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୪୬୧୧୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.