ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ
ଗତ ୨୪ ଘଣ୍ଟାରେ ରାଜ୍ୟର ୨୪ ଜିଲ୍ଲାରୁ ଆଉ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଅଛନ୍ତି । ଅନୁଗୁଳରୁ ୧୪ ଜଣ, ବାଲେଶ୍ୱରରୁ ୩୪ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୫, କଟକରୁ ୭୭ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୮ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେଉଁଝରରୁ ୧ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୬ ଜଣ, ପୁରୀରୁ ୨୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୭କୁ ବୃଦ୍ଧି ପାଇଛି ।ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର,ଖୋର୍ଦ୍ଧା,ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।