THE BYAPINI

ଖୋର୍ଦ୍ଧାରେ କମୁନି ସଂକ୍ରମଣ

Get real time updates directly on you device, subscribe now.

ରାଜ୍ୟରେ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ବଢୁଥିବା ବେଳେ ଖୋର୍ଦ୍ଧାରୁ ପ୍ରତିଦିନ ସର୍ବାଧିକ ପଜିଟିଭ ଚିହ୍ନଟ ହେଉଛନ୍ତି । ରାଜ୍ୟରେ ଦୈନିକ ସଂକ୍ରମଣ ୮ ହଜାର ତଳକୁ ଖସୁନି । କରୋନା ଚେନ ଭାଙ୍ଗିବାକୁ ସରକାର ମେ’ ୫ରୁ ଲକଡାଉନ ଘୋଷଣା କରିଛନ୍ତି । ଯାହା ସଂକ୍ରମଣ ସଂଖ୍ୟାକୁ ନିୟନ୍ତ୍ରଣ କରିବ ବୋଲି ଅନୁମାନ କରାଯାଉଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୯୧୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସେହିପରି ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୫୯୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୋଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬ ଓ ଯାଜପୁରରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ରହିଛନ୍ତି ।

୮୯୧୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୧ ହଜାର ୫୩୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୯୭ ହଜାର ୫୭୫ ଜଣ ସୁସ୍ଥ ହୋଇସାରିଛନ୍ତି। ୭୧,୮୩୫ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । କରୋନା ମହାମାରୀ ବଢୁଥିବା କାରଣରୁ ମେ ୫’ ବୁଧବାର ସକାଳୁ ୧୯ ତାରିଖ ସକାଳ ଯାଏ ଲକ୍‌ଡାଉନ୍‌ ବଳବତ୍ତର ରହିବ। ତେବେ ଶନିବାର ଓ ରବିବାର ସମ୍ପୂର୍ଣ୍ଣ ସଟ୍‌ଡାଉନ୍ ବଳବତ୍ତର ରହିବ।

Get real time updates directly on you device, subscribe now.

Leave A Reply

Your email address will not be published.