THE BYAPINI

ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ଟେଣ୍ଡର ସେପ୍‌ଟେମ୍ବର ଶେଷ ସୁଦ୍ଧା

Get real time updates directly on you device, subscribe now.

ନୟାଗଡ଼: ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ପାଇଁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଟେଣ୍ଡର ପ୍ରକ୍ରିୟା ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ନିକଟରେ ନୟାଗଡ ଜିଲ୍ଲା ଗସ୍ତ କରିଥିବା ସମୟରେ ସ୍ଥାନୀୟ ଜନସାଧାରଣଙ୍କ ଠାରୁ ଏହି ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବିଭିନ୍ନ ଅଭିଯୋଗ ମିଳିଥିଲା । ଏ ସଂପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ଉକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଲୋକମାନଙ୍କର ଦାବୀ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ୱାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.