ଭୁବନେଶ୍ୱର: ବିଧାନସଭାରେ ବିରୋଧୀ ଦଳଙ୍କୁ ଜନବିରୋଧୀ କହିବା ପରେ ଏବେ ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀଙ୍କୁ ନିଶାନା କରିଛନ୍ତି । ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ବିକାଶ ବିରୋଧୀ ଓ ଜନବିରୋଧୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶାର ବିକାଶରେ ବିରୋଧୀ ଦଳ ଖୁସି ନାହାନ୍ତି । ଲୋକଙ୍କୁ ଭୁଲ ଖବର ଦେବା, ଭ୍ରମିତ କରିବା ସେମାନଙ୍କ କାମ ହୋଇଛି । ନିର୍ବାଚନ ଆସିଲେ ସେମାନେ ଏମିତି କରନ୍ତି । ସେଥିପାଇଁ ସେମାନଙ୍କୁ ଜନତା ସବୁବେଳେ ରିଜେକ୍ଟ କରି ଆସିଛନ୍ତି । ବିରୋଧୀ ହେଉଛନ୍ତି ବିକାଶ ବିରୋଧୀ ଓ ଜନବିରୋଧୀ । ଜଗନ୍ନାଥ ଓ ଲିଙ୍ଗରାଜ ମନ୍ଦିର କାର୍ଯ୍ୟରେ ବି ବାଧା ଦେବାକୁ ସେମାନେ ଚେଷ୍ଟା କରିଥିଲେ । ଲୋକେ ସେମାନଙ୍କୁ କ୍ଷମା ଦେବେନି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।