THE BYAPINI

ଦଳରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

Get real time updates directly on you device, subscribe now.

ମୁମ୍ବାଇ: ଆଗାମୀ ଲୋକ ସଭା ନିର୍ବାଚନର ଠିକ୍‌ ପୂର୍ବରୁ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ପୂର୍ବତନ ସାଂସଦ ମିଲିନ୍ଦ ଦେଓରା ଦଳରୁ ଇସ୍ତଫା ଦେଇଛନ୍ତି। ରବିବାର ସେ ନିଜ ‘ଏକ୍ସ’ ଆକାଉଣ୍ଟରେ ଏକ ପୋଷ୍ଟ କରି ଏହି ସୂଚନା ଦେଇଛନ୍ତି। ତେବେ ସେ ୟୁପିଏ-୨ର କାର୍ୟ୍ୟକାଳ ସମୟରେ କିଛି ସମୟ ଲାଗି କେନ୍ଦ୍ରମନ୍ତ୍ରୀ ରହିଥିଲେ। ଏବେ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱାଧୀନ ଶିବ ସେନାରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି।
କଂଗ୍ରେସ ନେତା ମିଲିନ୍ଦ ଲେଖିଛନ୍ତି, ‘ଆଜି ମୋ ରାଜନୀତିକ କ୍ୟାରିୟରର ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଏହି ଦଳ ସହିତ ମୋ ପରିବାରର ୫୫ ବର୍ଷର ସଂପର୍କ ଚ୍ଛିନ୍ନ ହୋଇଛି। ବର୍ଷ ବର୍ଷ ଧରି ମିଳିଥିବା ଅବସ୍ମରଣୀୟ ସମର୍ଥନ ପାଇଁ ମୁଁ ସମସ୍ତ ନେତୃବୃନ୍ଦ, ସହକର୍ମୀ ଓ କର୍ମକର୍ତ୍ତାଙ୍କ ନିକଟରେ କୃତଜ୍ଞ।’ ମିଲିନ୍ଦ ଦେଓରା ୨୦୦୪ ଓ ୨୦୦୯ ଲୋକ ସଭା ନିର୍ବାଚନରେ କଂଗ୍ରେସ ଟିକେଟରେ ମୁମ୍ବାଇ ସାଉଥ ଆସନରୁ ବିଜୟୀ ହୋଇଥିଲେ। ୨୦୧୪ ଓ ୨୦୧୯ରେ ସେ ଏହି ଆସନରୁ ପରାଜିତ ହୋଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.