THE BYAPINI

୧୭ ଓ ୨୨ରେ ମଦ ବିକ୍ରି

Get real time updates directly on you device, subscribe now.

କେନ୍ଦ୍ରାପଡ଼ା: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଏବଂ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଦିନ ବନ୍ଦ ରହିବ ଜିଲ୍ଲାର ସବୁ ମଦ ଦୋକାନ। ଏଭଳି ଘୋଷଣା କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ଅମ୍ରିତ ଋତୁରାଜ।

ଜିଲ୍ଲାପାଳଙ୍କ ଘୋଷଣା ଅନୁଯାୟୀ,  ଜାନୁଆରୀ ୧୭ ଓ ୨୨ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡ଼ି, ଦେଶୀ ମଦ ଦୋକାନ ବନ୍ଦ ରହିବ। ଏମିତିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଲୋକାର୍ପଣ ଉତ୍ସବ ପାଇଁ ଜାନୁଆରୀ ୧୭ରେ ବନ୍ଦ ରହୁଥିବାବେଳେ ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁଆରୀ ୨୨ରେ ବନ୍ଦ ରହିବ।
ବିଭିନ୍ନ ସ୍ଥାନରେ ଭିଡ଼ ଓ ଆଧ୍ୟାତ୍ମିକ ସମାଗମକୁ ଦୃଷ୍ଟିରେ ରଖି ଆଇନ ଶୃଙ୍ଖଳା ରକ୍ଷା ସହ ଶାନ୍ତି ସୌହାର୍ଦ୍ଦ୍ୟ ବଜାୟ ରଖିବା ପାଇଁ ଓଡ଼ିଶା ଅବକାରୀ ଆଇନ-୨୦୦୮ର ସେକ୍ସନ ୨୬(୧) ଆଧାରରେ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.