THE BYAPINI

ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍, ଫ୍ଲାଗଅଫ୍ କରିବେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର:   ଆଜିଠୁ ଶ୍ରୀକ୍ଷେତ୍ରକୁ ଗଡ଼ିବ ଜଗନ୍ନାଥ ଏକ୍ସପ୍ରେସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗନ୍ନାଥ ଏକ୍ସପ୍ରେସକୁ ଫ୍ଲାଗଅଫ୍ କରିବେ । ଜିଲ୍ଲା ମୁଖ୍ୟାଳୟରୁ ଯାତ୍ରୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିର ଅଭିମୁଖେ ବାହାରିବ ବିଳାସପୂର୍ଣ୍ଣ ବସ ।

ଲକ୍ଷ୍ମୀ ଯୋଜନାର ତୃତୀୟ ପର୍ୟ୍ୟାୟରେ ଜଗନ୍ନାଥ ଚେତନାକୁ ଆହୁରି ବ୍ୟାପକ କରିବାକୁ ଜିଲ୍ଲା ମୁଖ୍ୟାଳୟରୁ ପୁରୀ ଯାଏ ଜଗନ୍ନାଥ ଏକ୍ସପ୍ରେସ୍ ଗଡ଼ାଇବାକୁ ନିଷ୍ପତ୍ତି ହୋଇଛି । ବଲାଙ୍ଗୀର, ବରଗଡ଼, ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, କୋରାପୁଟ, କଳାହାଣ୍ଡି, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ପରି ୧୫ଟି ଜିଲ୍ଲାର ଜଗନ୍ନାଥ ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଜଗନ୍ନାଥ ବସ୍ ଗଡ଼ାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରୁଟ୍ ଚାର୍ଟ ବି ସ୍ଥିର ହୋଇ ସାରିଛି । ବସ୍ ଯେଉଁ ଜିଲ୍ଲାରୁ ବି ଆସିଲେ, ଭୁବନେଶ୍ବରର ଦେଇ ପୁରୀ ଯିବ । 

Get real time updates directly on you device, subscribe now.

Leave A Reply

Your email address will not be published.