THE BYAPINI

ଦୁର୍ନୀତିଗ୍ରସ୍ତଙ୍କୁ ତ୍ରାହି ନାହିଁ

Get real time updates directly on you device, subscribe now.

ଦୁର୍ନୀତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ । ଦୁର୍ନୀତି ଓ ଅପାରଗତା ଯୋଗୁଁ ରାଜ୍ୟ ସରକାର ଆଜି ୭ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ସେମାନଙ୍କ ମଧ୍ୟରେ ଜଣେ ଜେଲ ଡିଆଇଜି, ଜଣେ କମାଣ୍ଡାଣ୍ଟ, ଜଣେ ଡି.ଏସ୍‌.ପି., ଜଣେ ଡେପୁଟି କମାଣ୍ଡାଣ୍ଟ ଥିବା ବେଳେ ୨ ଜଣ ଖଣି ଅଧିକାରୀ ଓ ଜଣେ ସି.ଡି.ପି.ଓ. ।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଜେଲ ବିଭାଗର ଡି.ଆଇ.ଜି. ଗୋପବନ୍ଧୁ ମଲ୍ଲିକ । ସ୍ନିଗ୍ଧାରାଣୀ ମିଶ୍ର, କୋରାପୁଟ ନନ୍ଦପୁରର ସି.ଡି.ପି.ଓ. ଭାବରେ କାର୍ୟ୍ୟ କରୁଥିବା ବେଳେ ତାଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି । ଏକାନ୍ତ ପ୍ରିୟ ନାୟକ, କମାଣ୍ଡାଣ୍ଟ ଭାବରେ ଓଡିଶା ସଶସ୍ତ୍ର ପୋଲିସ ସେବାରେ କାର୍ୟ୍ୟରତ ଥିଲେ । ଦୁର୍ବ୍ୟବହାର ତଥା ତାଙ୍କର ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ୟ୍ୟାନୁଷ୍ଠାନ କରାଯାଇଛି । ସେହିପରି ଗୌତମ ମଲ୍ଲିକ, ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ ହୋଇଛି । ଦେବେନ୍ଦ୍ର ନାଥ ବେହେରା, ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟୀ କମାଣ୍ଡାଣ୍ଟ ଭାବରେ କାର୍ୟ୍ୟ କରୁଛନ୍ତି । ତାଙ୍କ ନାମରେ ଜଙ୍ଗଲରୁ କାଠ ଚୋରୀ ଅଭିଯୋଗରେ ଏକ ଫୌଜଦାରୀ ମୋକଦ୍ଦମା ରୁଜୁ କରାଯାଇଛି । ସତ୍ୟବ୍ରତ ରାଉତ, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌ ରହିଛି । ରମେଶ ଚନ୍ଦ୍ର ପଣ୍ଡା, କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ରହିଛି ।

ଅପାରଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସରକାରଙ୍କ କଡ଼ା ଆଭିମୁଖ୍ୟର ଏହା ବଳିଷ୍ଠ ଉଦାହରଣ ତଥା ସତର୍କଘଣ୍ଟି। ଗଲା ୧ ବର୍ଷ ଭିତରେ ୧୦୪ ଜଣ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କୁ ନବୀନ ସରକାର ବାଧ୍ୟତାମୂଳକଭାବେ ସରକାରୀ ଚାକିରିରୁ ବିଦା କରିଛନ୍ତି। ଡିସେମ୍ବର ୩୦ ତାରିଖ ଦିନ ରାଜ୍ୟ ସରକାର ୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବାଧ୍ୟତାମୂଳକ ଅବସର ଦେଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.