ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଜନ୍ମ ତିଥି ଅବସରରେ ରମାଦେବୀ ବିଶ୍ୱବିଦ୍ୟାଳୟ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶ୍ୱବିଦ୍ୟାଳୟର ବିଶ୍ୱବିଦ୍ୟାଳୟରେ ୪ଟି ନବନିର୍ମିତ ସୌଧର ଲୋକାର୍ପଣ କରିଛନ୍ତି । ୩୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ୪ଟି କୋଠା ନିର୍ମାଣ କରାଯାଇଛି ।
ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟର ପରିସରରେ ଦୁଇଟି ପ୍ରଶାସନିକ ଭବନ, କୁନ୍ତଳା କୁମାରୀ ସାବତ ସ୍ମାରକୀ ବିଶ୍ବସ୍ତରୀୟ ଗ୍ରନ୍ଥାଗାର ଓ ଗବେଷଣାରତ ଛାତ୍ରଛାତ୍ରୀଙ୍କ ପାଇଁ ଅନ୍ବେଷା ଛାତ୍ରୀନିବାସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମୁଖ୍ୟମନ୍ତ୍ରୀ ରମାଦେବୀ ବିଶ୍ବବିଦ୍ୟାଳୟ ପାଇଁ ୧୮ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଘୋଷଣା କରିଛନ୍ତି । ବିଶ୍ବବିଦ୍ୟାଳୟରେ ଥିବା ସମସ୍ତ ବିଲ୍ଡିଂ, ଛାତ୍ରୀ ନିବାସ ଓ ଏକାଡେମିକ ବ୍ଲକ ଗୁଡିକର ନବୀକରଣ ଲାଗି ଏହି ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ପରିସ୍ଥିତି ପରେ ପ୍ରଥମ ଥର ସେ ଛାତ୍ରୀଛାତ୍ରୀଙ୍କୁ ଭେଟିଛନ୍ତି। ପିଲାମାନଙ୍କୁ ବ୍ୟକ୍ତିଗତ ଭାବେ ଭେଟି ମୁଁ ଅତ୍ୟନ୍ତ ଆନନ୍ଦିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଉପସ୍ଥିତ ରହିଥିଲେ ।