THE BYAPINI

ଓଡ଼ିଶା ଓ୍ୱାନ୍ ପୋର୍ଟାଲ

Get real time updates directly on you device, subscribe now.

ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ତମ ଜୟନ୍ତୀ । ଆଜିର ଦିନକୁ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ଭାବରେ ପାଳନ କରୁଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର। ଗଣତନ୍ତ୍ରରେ ଲୋକ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇ ଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏହି ଲକ୍ଷ୍ୟ ନେଇ ଆମର “୫-ଟି ଉପକ୍ରମ ଓ ମୋ‘ ସରକାର” କାର୍ୟ୍ୟକ୍ରମ ଆରମ୍ଭ ହୋଇଛି। ସାଧାରଣ ଲୋକ ଯେପରି ସୁବିଧାରେ ଓ ସହଜରେ ବିଭିନ୍ନ ସରକାରୀ ସେବା ପାଇପାରିବେ, ତା’ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ। ଏହାଦ୍ୱାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡ଼ିଶାଓ୍ୱାନ୍ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ବୈଷୟିକ ଜ୍ଞାନକୌଶଳର ଉପଯୋଗ ସମ୍ପର୍କରେ ବିଜୁବାବୁଙ୍କ ଚିନ୍ତାଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁ ଚାହୁଁଥିଲେ ବୈଷୟିକ ଜ୍ଞାନକୌଶଳର ସୁବିଧା ଗାଁ ଗାଁରେ ପହଞ୍ଚୁ। ବିଜ୍ଞାନର ସୁଫଳ ସାଧାରଣ ଲୋକର ସେବାରେ ଉପଯୋଗ ହେଉ। ତା’ର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୋ ସେବା କେନ୍ଦ୍ର ଏ ଦିଗରେ ଏକ ବଳିଷ୍ଠ ପଦକ୍ଷେପ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କେନ୍ଦ୍ର ଦ୍ବାରା ସାଧାରଣ ଲୋକ ନିଜ ଘର ପାଖରେ ବିଭିନ୍ନ ପ୍ରକାରର ସରକାରୀ ସୁବିଧା ପାଇପାରିବେ। ଏଥିପାଇଁ ସେମାନଙ୍କୁ ଆଉ ବାରମ୍ବାର ଅଫିସକୁ ଆସିବାର ଆବଶ୍ୟକତା ରହିବ ନାହିଁ ବୋଲି ସେ କହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.