THE BYAPINI

ନବୀନଙ୍କ ଶକ୍ତି…ମିଶନ ଶକ୍ତି

Get real time updates directly on you device, subscribe now.

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ମିଶନ୍ ଶକ୍ତି ରାଜ୍ୟ ସରକାରଙ୍କର ଏକ ନୂଆ ବିଭାଗ ହେବ । ମିଶନ ଶକ୍ତିକୁ ନୂଆ ବିଭାଗର ମାନ୍ୟତା ଦେବା ପ୍ରସ୍ତାବ ପାରିତ ହୋଇଛି । ରାଜ୍ୟରେ ୨୦୦୧ ମସିହାରେ ମିଶନ ଶକ୍ତି ସ୍ଥାପନ ହୋଇଥିଲା । ଏବେ ରାଜ୍ୟରେ ୬ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ରହିଛି । ମିଶନ ଶକ୍ତିରେ ସଦସ୍ୟ ସଂଖ୍ୟା ହେଉଛି ୭୦ ଲକ୍ଷ । ୨୦୧୭ରେ ମିଶନ ଶକ୍ତି ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ତିଆରି ହୋଇଥିଲା । ଗତ ବର୍ଷ ମିଶନ ଶକ୍ତିକୁ ନୂଆ ବିଭାଗ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତି ରାଜ ଓ ପାନୀୟ ଜଳ, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ଏବଂ ଇସ୍ପାତ ଓ ଖଣି ବିଭାଗର ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି ।ଏଥିସହ ୧୦ଟି ଗ୍ରାମୀଣ ପାଇପ୍ ପାଣି ଯୋଗାଣ କାର୍ୟ୍ୟକୁ ମଞ୍ଜୁରୀ ମିଳିଛି । ଆଳି, ରାଜକନିକା, ଚିଲିକା, ଟାଙ୍ଗୀ, ବାଣପୁର, ଖୋର୍ଦ୍ଧା. ଜଟଣୀ, ଗନ୍ଦିଆଁ, ଭୁବନ, ଗୋଲମୁଣ୍ଡା, ଯାଜପୁର ଓ ବିଞ୍ଝାରପୁପ ବ୍ଲକରେ ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ସ୍କିମରେ ନିର୍ମାଣ କାର୍ୟ୍ୟ କରାଯିବ । ଗ୍ରାମ୍ୟ ପାଇପ୍ ଜଳ ଯୋଜନାରେ ସମ୍ବଲପୁର ଜିଲ୍ଲାର ୨୬ଟି ପଞ୍ଚାୟତ ଓ ଝାରସୁଗୁଡ଼ା ବ୍ଲକର ୨ଟି ପଞ୍ଚାୟତରେ ନିର୍ମାଣ ହେବ ।

ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲ୍ ଅଧୀନରେ ୨୫ ଏକର ଜମିରେ ଏମ୍ସ ସାଟେଲାଇଟ୍ ସେଣ୍ଟର ନିର୍ମାଣକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଏଥିସହ ରାଜ୍ୟ ବିହନ ନିଗମକୁ ୧୦୦ କୋଟି ଟଙ୍କାର କର୍ପସ ଫଣ୍ଡ ପ୍ରଦାନ କରିବା ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଏହି ଅର୍ଥ ଉନ୍ନତମାନର ବିହନ, ଚାରା ସଂଗ୍ରହ ଓ ଚାଷୀଙ୍କୁ ଯୋଗାଣ ପାଇଁ ବିନିଯୋଗ କରାଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସୁରକ୍ଷା ବିଭାଗ ଅଧିନରେ ଓଡ଼ିଶା ଭିନ୍ନକ୍ଷମ ପୁନର୍ବାସ ସେବା ନିୟମ ୨୦୧୧ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.