ଶ୍ରୀମନ୍ଦିରର ସୁରକ୍ଷା ଦେଖିବ ଏନଏସଜି
ପୁରୀ ଶ୍ରୀମନ୍ଦିରରେ ସୁରକ୍ଷା ଯାଂଚ କରିବ ଏନଏସଜି ବା ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ । ଆଗାମୀ ୧୮ ତାରିଖରେ ନ୍ୟାସନାଲ ସିକ୍ୟୁରିଟି ଗାର୍ଡର ଏକ ୫ ଜଣିଆ ଟିମ୍ ପୁରୀ ଆସିବେ । ରାଜ୍ୟ ପୋଲିସ ଅଧିକାରୀଙ୍କ ସହ ୫ ଜଣିଆ ଏନଏସଜି ଟିମ୍ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ। ଏହି ଟିମ୍ ପହଂଚିବା ପରେ ସମସ୍ତ ଆନୁସଂଗିକ ସୁବିଧା ଯୋଗାଇ ଦେବାକୁ ଏନଏସଜି ମୁଖ୍ୟାଳୟ ପକ୍ଷରୁ ଚିଠି ଲେଖାଯାଇଛି ।
ଟିମରେ ରହିବେ ଏନଏସଜିର ଦୁଇ ଜଣ ଅଧିକାରୀ ଓ ଦୁଇ ଜଣ କର୍ମଚାରୀ। ରାଜ୍ୟ ପୋଲିସ ଅଧିକାରୀଙ୍କ ସହ ମିଶି ମକ ଡ୍ରିଲ କରିବା କାର୍ୟ୍ୟକ୍ରମ ରହିଛି। ଆଇଜି ଅପରେସନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଏଏସଆଇ କର୍ତୃପକ୍ଷଙ୍କୁ ଏନଏସଜି ମୁଖ୍ୟାଳୟ ପକ୍ଷରୁ ଏହି ଚିଠି ଲେଖାଯାଇଛି । ଶ୍ରୀମନ୍ଦିରରେ ଗ୍ରହଣ କରାଯାଉଥିବା ସୁରକ୍ଷା ବାବଦରେ ଜଣାଇବାକୁ ଚିଠିରେ ଉଲ୍ଲେଖ ରହିଛି । ଏନଏସଜି ସହ ସମନ୍ୱୟ ରକ୍ଷା ପାଇଁ ଆଇଜି ଅପରେସନ୍ ଅମିତାଭ ଠାକୁରଙ୍କୁ ରାଜ୍ୟ ସରକାର ନୋଡାଲ୍ ଅଫିସର ଭାବରେ ଦାୟିତ୍ୱ ଦେଇଛନ୍ତି। ଏନଏସଜି ଟିମ୍ର ବୁଲିବା ଓ ପରିବହନ ପାଇଁ ମଧ୍ୟ ସହାୟତା କରିବାକୁ ଚିଠିରେ ଉଲ୍ଲେଖ ରହିଛି ।

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପରେ ପ୍ରଥମ ଥର ସମୀକ୍ଷା କରିବ ଏନଏସଜି । ଏହି ସମୟରେ ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ଅଧିକାରୀ ଓ ଏଏସଆଇ ଅଧିକାରୀଙ୍କ ସହ ଆଲୋଚନା ବି କରିବେ। ଶ୍ରୀମନ୍ଦିର ଐତିହ୍ୟ ଓ ସୁରକ୍ଷା କରିଡଡର ବାବଦରେବି ଆଲୋଚନା କରିବା ନେଇ ସୂଚନା ମିଳିଛି। ପୂର୍ବରୁ ୨୦୧୭ ଜୁଲାଇ ଓ ୨୦୧୮ ସେପ୍ଟେମ୍ବର ମାସରେ ଶ୍ରୀମନ୍ଦିରରେ ସୁରକ୍ଷା ସ୍ଥିତିର ଯାଞ୍ଚ କରିଥିଲା ଏନଏସଜି।