THE BYAPINI

ରାଜ୍ୟରେ ବିଗୁଡିଛି ସ୍ଥିତି

Get real time updates directly on you device, subscribe now.

ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମଣ । ଦେଶରେ କରୋନା ମିଟର ଉପରମୁହାଁ ଥିବା ବେଳେ ରାଜ୍ୟରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ତେବେ ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ କଳାହାଣ୍ଡିରେ ସର୍ବାଧିକ ୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦିନକରେ ରାଜ୍ୟରେ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରେ ସର୍ବାଧିକ ଆକ୍ରାନ୍ତ ଚିହ୍ନ୍ଟ ହୋଇଛନ୍ତି । କଳାହାଣ୍ଡିରେ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲରାୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ ପୁଲ୍‌ରୁ ୪ଜଣ ରହିଛନ୍ତି ।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୯୩୦ ଜଣ । ଏବେ ବି ସକ୍ରିୟ ଅଛନ୍ତି ୨୦୧୩ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.