ଘନଉଛି ବିପଦ
ଦେଶରେ କରୋନା ସଂକ୍ରମଣ ବେକାବୁ ହେଉଥିବା ବେଳେ ରାଜ୍ୟରେ ମଧ୍ୟ ଲମ୍ବା ଡିଆଁ ମାରିଛି । ୪୦୦ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ରାଜ୍ୟରେ ୪ଶହ ଟପିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଆକ୍ରାନ୍ତ ହୋଇଛନ୍ତି ନୂଆପଡା ଜିଲ୍ଲାରୁ ।
୪୬୧ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨୧ରେ ପହଞ୍ଚିଛି । ନୂଆପଡ଼ାରୁ ସର୍ବାଧିକ ୮୬ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬୯ ଜଣ, ଅନୁଗୁଳ ଜିଲ୍ଲାରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୬ ଜଣ, ବରଗଡ଼ରୁ ୩୨ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୨୨ ଜଣ, ଗଞ୍ଜାମରୁ ୫ ଜଣ, ଯାଜପୁରରୁ ୮ ଜଣ, ଝାରସୁୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି ।
ସେହିଭଳି କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୯ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୧୬ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ପୁଲ୍ରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୨୧୨ ଜଣ। ଏବେ ବି ସକ୍ରିୟ ଅଛନ୍ତି ୨୮୬ ଜଣ ।