ସଂକ୍ରମଣରେ ଆଗରେ ଖୋର୍ଦ୍ଧା
ଓଡିଶାରେ ସଂକ୍ରମଣ ଉପରମୁହାଁ ରହିଛି । ଲଗାତର କିଛି ଦିନ ହେବ ୬ ହଜାର ଉପରେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି । ଗତ ୨୪ ଘଂଟାରେ ରାଜ୍ୟରେ ୬୧୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦିନକରେ ୯ଜଣଙ୍କର ମୃତ୍ୟୁ ହୋଇଛି । ତେବେ ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ସର୍ବାଧିକ ୯୫୮ଟି ନୂଆ ମାମଲା ସାମ୍ନାକୁ ଆସିଛି।
ଓଡ଼ିଶାରେ ପୁଣି ୬ ହଜାର ଉପରକୁ ଡେଇଁଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ମୋଟ ୬ ହଜାର ୫୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନରୁ ୩ ହଜାର ୮୨୭ ଥିବା ବେଳେ ଲୋକାଲ କେସ୍ ୨ ହଜାର ୭୭୨ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୯୫୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ନୂଆପଡ଼ାରେ ୫୫୧, କଳାହଣ୍ଡିରୁ ୫୧୮, କଟକରୁ ୪୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇବା ପରେ ୧୫ଟି ଜିଲ୍ଲା ରେଡ୍ ଜୋନକୁ ଚାଲିଯାଇଛି ।
ସେହିପରି କରୋନାକୁ ମାତ ଦେଇ ୩ଲକ୍ଷ ୬୨ ହଜାର ୯୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବଂ ବର୍ତ୍ତମାନ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪୯ ହଜାର ୭୫। ତେବେ ରାଜ୍ୟରେ ଆଜି ୯ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ ଏବଂ ଭଦ୍ରକ, କଟକ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।