THE BYAPINI

ଯାଜପୁରରେ ଖୋଲିବ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ

Get real time updates directly on you device, subscribe now.

ଯାଜପୁରରେ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡ଼ିବ ନାହିଁ ।

ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟିହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ୍ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ବେଡ୍ ସହ ୫୦ଟି ଆଇସିୟୁ ବେଡ୍ ରହିବ ।

ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ସାଂଗଠାନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ପ୍ରଭାବ ବଳରେ ଯାଜପୁରରେ ଏହି କୋଭିଡ ହସ୍ପିଟାଲ ଖୋଲିବାକୁ ଯାଉଥିବା ଚର୍ଚ୍ଚା ହେଉଛି । ଏହା ଫଳରେ ଯାଜୁପର ଓ ଏହାର ଆଖ ପାଖ ୩ଟି ଜିଲ୍ଲାର ଗୁରୁତର ରୋଗୀଙ୍କୁ ଆଉ କଟକ କି ଭୁବନେଶ୍ୱର ଯିବାକୁ ପଡିବନି ।

Get real time updates directly on you device, subscribe now.

Leave A Reply

Your email address will not be published.