THE BYAPINI

ସମ୍ଭାବ୍ୟ ବାତ୍ୟା ନେଇ ଆଲର୍ଟ

Get real time updates directly on you device, subscribe now.

ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର। ୨୬ ତାରିଖରେ ବାତ୍ୟା ଉତ୍ତର ଉପକୂଳ ଓଡିଶାରୁ ପଶ୍ଚିମବଙ୍ଗର ସୁନ୍ଦରବନ ଏବଂ ବାଂଲାଦେଶ ମଧ୍ୟରେ କୌଣସି ଏକ ସ୍ଥାନରେ ସ୍ଥଳଭାଗକୁ ଛୁଇଁପାରେ ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କିନ୍ତୁ ଏବେ ସୁଦ୍ଧା ଆଇଏମଡି ପକ୍ଷରୁ ବାତ୍ୟା ସମ୍ପର୍କରେ ସବିଶେଷ ସୂଚନା ଦିଆଯାଇନାହିଁ ବୋଲି ଏସଆରସି କହିଛନ୍ତି । ଏହାକୁ ଆଖିରେ ରଖି ସମସ୍ତ ଜିଲ୍ଲାକୁ ପ୍ରସ୍ତୁତ ରହିବା ପାଇଁ କୁହାଯାଇଛି ।

ଜିଲ୍ଲାପାଳମାନେ ବାତ୍ୟା ଆଶ୍ରୟସ୍ଥଳୀ ଚିହ୍ନଟ କରିବା ସହ ଶୁଖିଲା ଖାଦ୍ୟ ଆଦି ପ୍ରସ୍ତୁତ ରଖିବାକୁ କୁହାଯାଇଛି । ଓଡ୍ରାଫ, ଏନଡିଆରଏଫ ଓ ଫାୟାର ସର୍ଭିସକୁ ପଠାଗଲାଣି । ଆମ ପାଖରେ ପର୍ୟ୍ୟାପ୍ତ ପରିମାଣର ଟିମ୍ ଅଛନ୍ତି ବୋଲି କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ପଞ୍ଚାୟତ ଗୁଡ଼ିକୁ ସାମିଲ୍ କରି ସ୍ଥାନାନ୍ତରଣ ପକ୍ରିୟାକୁ ସଠିକ୍ ସମୟରେ କରିବା, କୌଣସି ଲୋକ ଯେଭଳି କଚ୍ଚା ଘରେ ରହିବେ ନାହିଁ ସେଥିପାଇଁ ପଦକ୍ଷେପ ନିଆଯାଇଛି । ଆଜି ଠାରୁ ସମୁଦ୍ର ମଧ୍ୟ ଭାଗକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ନେଇ ଓଗଊ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆଜି ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଆସନ୍ତାକାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ୨୫ରୁ ଓଡ଼ିଶା ଉପକୂଳ ଅଞ୍ଚଳରେ ବର୍ଷା ଆରମ୍ଭ ହେବ। ସାଧାରଣତଃ ବାତ୍ୟା ଗତିପଥର ଡାହାଣ ପାର୍ଶ୍ୱରେ ଅଧିକ ପବନ ଓ ବର୍ଷା ହୁଏ। ବାତ୍ୟାର ବାମପଟ ଅର୍ଥାତ୍ ଓଡ଼ିଶା ଉପକୂଳ ଅଞ୍ଚଳ ମଧ୍ୟ ପ୍ରଭାବିତ ହେବ। ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳ ଅଧିକ ପ୍ରଭାବିତ ହେବ। ଅବପାତରେ ପରିଣତ ହୋଇନଥିବାରୁ ଲ୍ୟାଣ୍ଡଫଲ୍‌ ସ୍ଥାନ ନିରୂପଣ ହୋଇନି।

Get real time updates directly on you device, subscribe now.

Leave A Reply

Your email address will not be published.