THE BYAPINI

ଖସୁଛି ସଂକ୍ରମଣ..ଜୁନ ଆଣୁଛି ଆଶ୍ୱସ୍ତି

Get real time updates directly on you device, subscribe now.

ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ । ମେ’ ମାସ ସାଂଘାତିକ ଥିବା ବେଳେ ଜୁନ ମାସ ଆଣିଦେଇଛି ସାମାନ୍ୟ ଆଶ୍ୱସ୍ତିି । ସଂକ୍ରମଣ ହାର ମଧ୍ୟ ୧୨ ତଳକୁ ଖସିଛି । ୧୧.୨୬ ପ୍ରତିଶତ କରୋନା ସଂକ୍ରମଣ ହାର ରହିଛି । ରାଜ୍ୟରେ ଗତ ୨୪ ଘଂଟାରେ ୬୮ ହଜାର ୬୦୪ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୭ ହଜାର ୭୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୩୯ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

ଗତ ୨୪ ଘଣ୍ଟାରେ ୭୭୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୭୨୦, ଅନୁଗୋଳରୁ ୪୪୯, ମୟୂରଭଞ୍ଜରୁ ୪୪୨ ଓ ବାଲେଶ୍ୱର ଜିଲ୍ଲାରୁ ୪୨୬ ଜଣ ଆକ୍ରାନ୍ତ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୧୮୯ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୨୮୭, ବଲାଙ୍ଗିରରୁ ୬୧, ବୌଦ୍ଧରୁ ୧୨୮, ଦେବଗଡ଼ରୁ ୭୨, ଢେଙ୍କାନାଳରୁ ୨୫୨, ଗଜପତିରୁ ୬୮, ଗଞ୍ଜାମରୁ ୧୫୩, ଜଗତସିଂହପୁରରୁ ୨୫୫, ଯାଜପୁରରୁ ୩୮୮, ଝାରସୁଗୁଡ଼ାରୁ ୭୧, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୨୨୩, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୮୫, ମାଲକାନଗିରିରୁ ୧୦୪, ନବରଙ୍ଗପୁରରୁ ୨୧୯, ନୟାଗଡ଼ରୁ ୨୧୯, ନୂଆପଡ଼ାରୁ ୪୮, ପୁରୀରୁ ୩୩୩, ରାୟଗଡ଼ାରୁ ୩୧୦, ସମ୍ବଲପୁରରୁ ୧୬୧, ସୋନପୁରରୁ ୬୧ ଓ ସୁନ୍ଦରଗଡ଼ରୁ ୨୭୦ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ୩୯ ଜଣ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଅଛନ୍ତି।ଅନୁଗୋଳ,ଝାରସୁଗୁଡ଼ା,କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ଜୀବନ ଯାଇଛି। ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।୩୯ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.