THE BYAPINI

ନବୀନ ଦେଲେ କୋଭିଡ ପ୍ୟାକେଜ, ଜାଣନ୍ତୁ କେଉଁମାନେ ହେବେ ଉପକୃତ?

Get real time updates directly on you device, subscribe now.

କୋଭିଡ ପାଇଁ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାର ଆଜି ଆର୍ଥିକ ଓ ସାମାଜିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ୧୬୯୦ କୋଟି ୪୬ ଲକ୍ଷ ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି। ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ ଲୋକ, ଆଦିମ ଜନଜାତି, ଏନ୍.ଆର.ଇ.ଜି.ଏ ଶ୍ରମିକ, ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, କୋଭିଡ ମହାମାରୀ ଦ୍ୱାରା ସମାଜର ସବୁ ବର୍ଗର ଲୋକଙ୍କର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହି ପ୍ୟାକେଜ ଅନୁଯାୟୀ କାଳିଆ ଯୋଜନାର ହିତାଧିକାରୀ ରାଜ୍ୟର ୧୭ ଲକ୍ଷ ୮୩ ହଜାର ଭୂମିହୀନ ଚାଷୀ ପରିବାରଙ୍କୁ ପ୍ରତି ହିତାଧିକାରୀ ପିଚ୍ଛା ୧୦୦୦ ଟଙ୍କା ସ୍ବତନ୍ତ୍ର ସହାୟତା ଦିଆଯିବ । କାଳିଆ ଯୋଜନାରେ ସବୁ ଭୂମିହୀନ ଚାଷୀ ପରିବାରକୁ ମଧ୍ୟ ୩ଟି କିସ୍ତିରେ ୨୦୭ କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

କୋଭିଡ ମହାମାରୀର ପ୍ରଥମ ଲହର ସମୟରେ ଗତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ବିଭିନ୍ନ ସହାୟତା ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ କୋଭିଡ ମହାମାରୀର ପ୍ରତିକୂଳ ପ୍ରଭାବରୁ ବହୁ ପରିମାଣରେ ଆଶ୍ୱସ୍ତି ଦେଇଥିଲା। କୋଭିଡର ଦ୍ୱିତୀୟ ଲହର ଯୋଗୁ ରାଜ୍ୟର ବିଭିନ୍ନ ଅଂଚଳରେ ପର୍ୟ୍ୟାୟକ୍ରମେ ଗତ ଦୁଇ ମାସ ହେଲା ଲକ୍ଡାଉନ ଜାରି ରହିଛି । ଗରିବ ତଥା ଶ୍ରମିକ ଶ୍ରେଣୀର ଲୋକମାନଙ୍କ ଆର୍ଥିକ ସ୍ଥିତିକୁ ମଧ୍ୟ ଦୁର୍ବଳ କରିଛି। ଏହାକୁ ବିଚାର କରି ସେମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସହାୟତା ପ୍ୟାକେଜ ଘୋଷଣା କରାଯାଇଛି।

ସେହିପରି କୋଭିଡ ଲକ୍ଡାଉନ ସମୟରେ ସହରାଂଚଳରେ ରହୁଥିବା ଗରିବ ଲୋକମାନଙ୍କୁ ରୋଜଗାର ଯୋଗାଇବା ପାଇଁ ରାଜ୍ୟ ସରକାର ମୁକ୍ତା ଯୋଜନା କାର୍ୟ୍ୟକାରୀ କରୁଛନ୍ତି । ଏହି ଯୋଜନାରେ ରାଜ୍ୟର ୧୧୪ଟି ପୌରସଂସ୍ଥା ମାନଙ୍କରେ ରହୁଥିବା ଗରିବ ଲୋକଙ୍କୁ ଡିସେମ୍ବର ୨୦୨୧ ପର୍ୟ୍ୟନ୍ତ ରୋଜଗାର ଯୋଗାଇବା ପାଇଁ ୨୬୦ କୋଟି ଟଙ୍କାର କାମ ଯୋଗାଇ ଦିଆଯିବ । ଘଜଋଏଝ ଯୋଜନାରେ କାମ କରୁଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ଦୈନିକ ମଜୁରୀ ବ୍ୟତୀତ ପ୍ରତିଦିନ ଅଧିକ ୫୦ ଟଙ୍କା ମୁଖ୍ୟମନ୍ତ୍ରୀ ଙ୍କ ସହାୟତା ଭାବରେ ଦିଆଯିବ । ଅପ୍ରେଲ ୨୧ରୁ ଜୁନ୍ ୨୧ ମଧ୍ୟରେ ଏହି ବର୍ଦ୍ଧିତ ମଜୁରୀ ବାବଦକୁ ରାଜ୍ୟ ସରକାର ୩୦୦ କୋଟି ଟଙ୍କା ବହନ କରିବେ ।ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ୟ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ। ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସେହିପରି ରାଜ୍ୟର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତିଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ । ଏ ବାବଦରେ ୩୩.୧୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହି ଟଙ୍କା ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ତଫସିଲଭୁକ୍ତ ଜାତି ଓ ଜନଜାତିଙ୍କ ଛାତ୍ରଛାତ୍ରୀଙ୍କର ଅପ୍ରେଲରୁ ୨୧ରୁ ସେପ୍ଟେମ୍ବର ୨୧ ପର୍ୟ୍ୟନ୍ତ ସେମାନଙ୍କ ପ୍ରି-ମାଟ୍ରିକ୍ ଛାତ୍ର ବୃତ୍ତିକୁ ସେମାନଙ୍କ ପିତାମାତାଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଦୁଇଟି ପର୍ୟ୍ୟାୟରେ ଜମା କରାଯିବ । ଏ ବାବଦରେ ୨୫୨.୩୫ କୋଟି ଟଙ୍କା ଖର୍ଚ୍ଚ କରାଯିବ ଏବଂ ୫ ଲକ୍ଷ ୪୦ ହଜାର ଛାତ୍ରଛାତ୍ରୀ ଏଥିରେ ଉପକୃତ ହେବେ ।ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ୨୧ ପର୍ୟ୍ୟନ୍ତ ୫ କେଜି ଲେଖାଏ ଚାଉଳ ପ୍ରତି ବ୍ୟକ୍ତିଙ୍କୁ ମାଗଣାରେ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏଥିପାଇଁ ୯୨.୮୬ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଓଡିଶାରେ ଆମର ୧୩ଟି ଆଦିମ ଜନଜାତିର ୬୬,୨୧୪ ଜଣ ବ୍ୟକ୍ତି ବାସ କରୁଛନ୍ତି । ସେମାନଙ୍କୁ ଜୀବନଜୀବିକା ସହାୟତା ବାବଦରେ ପ୍ରତି ପରିବାରକୁ ୫୦୦୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସ୍ବତନ୍ତ୍ର ବିଦ୍ୟାଳୟ ମାନଙ୍କରେ ପଢୁ ନ ଥିବା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ ଦିଆଯାଉଥିବା ବାଣୀଶ୍ରୀ ଛାତ୍ରବୃତ୍ତି ଜାରି ରହିବ ଏବଂ ଅପ୍ରେଲରୁ ଜୁନ୍ ୨୧ ପର୍ୟ୍ୟନ୍ତ ସେମାନଙ୍କୁ ୨୦୦ରୁ ୩୫୦ ଟଙ୍କା ପର୍ୟ୍ୟନ୍ତ (ଶ୍ରେଣୀ ଅନୁସାରେ) ଛାତ୍ରବୃତ୍ତି ଯୋଗାଇ ଦିଆଯିବ । ଏହାଦ୍ବାରା ୨୬, ୪୬୫ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୩ କୋଟି ୬୨ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଘରେ ରହି ଅନ୍ଲାଇନ ଜରିଆରେ ପାଠ ପଢୁଥିବା ସ୍ବତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କର ଅପ୍ରେଲରୁ ଜୁନ୍ ୨୧ ପର୍ୟ୍ୟନ୍ତ ଖାଦ୍ୟ ଖର୍ଚ୍ଚ ବାବଦକୁ ପ୍ରତି ମାସରେ ୧୨୪୫ ଟଙ୍କା ଦିଆଯିବ।ଏହାଦ୍ବାରା ୬୪୭୧ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ ଏବଂ ଏ ବାବଦରେ ୨ କୋଟି ୪୧ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ । ଅପ୍ରେଲରୁ ଜୁନ୍ ୨୧ ପର୍ୟ୍ୟନ୍ତ ଅଣ-ଆବାସିକ ଛାତ୍ରଛାତ୍ରୀ ମାନଙ୍କୁ ମାସିକ ୩୭୦ ଟଙ୍କା ଲେଖାଏ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.