THE BYAPINI

କମୁନି ମୃତ୍ୟୁ ସଂଖ୍ୟା

Get real time updates directly on you device, subscribe now.

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । କିଛି ଦିନ ହେବ ସଂକ୍ରମଣ ୩ ରୁ ୪ ହଜାର ଭିତରେ ରହୁଛି । ସେହିପରି ସଂକ୍ରମଣ ହାର ୫ ରୁ ୬ ପ୍ରତିଶତ ମଧ୍ୟରୁ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪ ହଜାର ୧୧୨ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୩୪୨୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୨ ଜଣଙ୍କ ମୃତ୍ୟୁ ହୋଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୫୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୯୬, ବାଲେଶ୍ୱରରରୁ ୨୬୧, ଯାଜପୁରରୁ ୨୮୫, ପୁରୀରୁ ୨୧୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୋଳ ଜିଲ୍ଲାରୁ ୧୩୮ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୫୨, ଭଦ୍ରକରୁ ୧୩୯, ବଲାଙ୍ଗିରରୁ ୪୦, ବୌଦ୍ଧରୁ ୩୧, ଦେବଗଡ଼ରୁ ୨୨, ଢେଙ୍କାନାଳରୁ ୭୮, ଗଜପତିରୁ ୨୭, ଗଂଜାମରୁ ୨୬, ଜଗତସିଂହପୁରରୁ ୧୦୮, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୧୧, କେନ୍ଦୁଝରରୁ ୪୭, କୋରାପୁଟରୁ ୭୨, ମାଲକାନଗିରିରୁ ୩୮, ମୟୂରଭଂଜରୁ ୧୬୨, ନବରଙ୍ଗପୁରରୁ ୬୦, ନୟାଗଡ଼ରୁ ୧୪୨, ନୂଆପଡ଼ାରୁ ୨୦, ପୁରୀରୁ ୨୧୭, ରାୟଗଡ଼ାରୁ ୯୪, ସମ୍ବଲପୁରରୁ ୩୨, ସୁବର୍ଣ୍ଣପୁରରୁ ୩୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭୮ ଜଣ ଚିହ୍ନଟ ହୋଇଛନ୍ତି।

୪୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Get real time updates directly on you device, subscribe now.

Leave A Reply

Your email address will not be published.