THE BYAPINI

କାଲିଠୁ କ୍ୟାମ୍ପେନ ମୋଡ଼ରେ ଟିକାକରଣ

Get real time updates directly on you device, subscribe now.

ଆସନ୍ତାକାଲିଠୁ କ୍ୟାମ୍ପେନ ମୋଡ଼ରେ ଆରମ୍ଭ ହେବ ଟିକାକରଣ ପ୍ରକ୍ରିୟା। କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ପ୍ରତ୍ୟେକ ଦିନ ୩ ଲକ୍ଷ ଟିକାକରଣ କରିବା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର। ଉଭୟ ରାଜ୍ୟ ଆଣିଥିବା ଓ କେନ୍ଦ୍ର ସରକାର ଯୋଗାଇ ଟିକା ଲୋକମାନଙ୍କୁ ଦିଆଯିବା ନେଇ ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସମସ୍ତ ବ୍ଲକ ଓ ମ୍ୟୁନିସିପାଲିଟିରେ କ୍ୟାମ୍ପେନ ମୋଡ଼ରେ ହେବ ଟିକାକରଣ।

ଉଭୟ ଅନଲାଇନ ଓ ଅଫଲାଇନ ଟିକାକରଣ ପାଇଁ ଜିଲ୍ଲା ସ୍ତରରେ ଯୋଜନା କରାଯିବ। ରାଜ୍ୟରେ ପ୍ରତ୍ୟେକ ବ୍ଲକରେ ୫ଟି ସେସନ, ଏନଏସସିରେ ୫ଟି ଲେଖାଏଁ ସେସନ, ପୌର ପରିଷଦରେ ୧୦ଟି ଓ ମହାନଗର ନିଗମରେ ୨୦ଟି ସେସନ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଦ୍ୱିତୀୟ ଡୋଜ ସଠିକ୍ ସମୟରେ ଦିଆଯିବା ଉପରେ ଗୁରୁତ୍ୱ ଦେବାକୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

କରୋନା ସଂକ୍ରମଣ ହାର ପ୍ରତିଦିନ ହ୍ରାସ ପାଇବାରୁ ରାଜ୍ୟ ସରକାର କଟକଣା କୋହଳ କରିଛନ୍ତି । ହେଲେ ସାମାନ୍ୟ ଢିଲାପଣ ପୁଣି ଥରେ ବଡ଼ ବିପତ୍ତିକୁ ଟାଣିଆଣିପାରେ। ଏନେଇ କେନ୍ଦ୍ର ସରକାର ସଚେତନ କରିଛନ୍ତି । ସଂକ୍ରମଣ ମାତ୍ରା ହ୍ରାସ ପାଇଲେ ମଧ୍ୟ ଟ୍ରେଷ୍ଟ, ଟ୍ରାକ, ଟ୍ରିଟ ରଣନୀତି ପୂର୍ବ ଭଳି ଜାରି ରଖିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.