THE BYAPINI

‘କାଳିଆ’ ହିତାଧିକାରୀଙ୍କୁ କୋଭିଡ ସହାୟତା

Get real time updates directly on you device, subscribe now.

‘କାଳିଆ’ ହିତାଧିକାରୀଙ୍କୁ କୋଭିଡ୍ ସହାୟତା । ୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ।ଏଥିରେ ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ପାଇବେ। ସ୍ବାମୀନାଥନ କମିଟି ରିପୋର୍ଟ ଲାଗୁ ହେବା ପର୍ୟ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀ, ଶ୍ରମିକ ଓ ମଜଦୁରମାନଙ୍କ ପରି ଖଟିଖିଆ ବର୍ଗ ହେଉଛନ୍ତି ଆମ ଅର୍ଥନୀତି ।। କୃଷି କ୍ଷେତ୍ରର ସବୁ ସଫଳତା ପଛରେ ଭୂମିହୀନ ଚାଷୀର ତ୍ୟାଗ ଓ ପରିଶ୍ରମ ରହିଛି । ସ୍ବାମୀନାଥନ କମିଟି ରିପୋର୍ଟ ଲାଗୁ ହେବା ପର୍ୟ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାଳିଆ ଯୋଜନା ଯୋଗୁଁ ରାଜ୍ୟର ଲକ୍ଷ ଲକ୍ଷ ଚାଷୀ ପରିବାର ମୁହଁରେ ହସ ଆଣିଛି ଓ ମନରେ ଭରସା ଦେଇଛି । ବର୍ତ୍ତମାନ କୋଭିଡ ଯୋଗୁଁ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପଢିଛି । ପ୍ରଥମ ଲହରରେ କୃଷି ହିଁ ଆମ ଅର୍ଥନୀତିକୁ ବଞ୍ଚାଇ ଥିଲା । ଦ୍ଵିତୀୟ ଲହରରେ ଲକଡାଉନ ସଟଡାଉନ ଯୋଗୁଁ ଲୋକଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପଡିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଉଠା ଦୋକାନୀ, ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକମାନଙ୍କ ପାଇଁ କୋଭିଡ ପ୍ୟାକେଜ ଘୋଷଣା କରିଛନ୍ତି ।

କୋଭିଡ ବିରୋଧରେ ଲଢେଇ କେବଳ ସରକାର ବା ଡାକ୍ତର ବା ସ୍ୱାସ୍ଥ୍ୟକର୍ମୀ ମାନଙ୍କର ନୁହେଁ । ଏହା ଆମ ସମସ୍ତଙ୍କର ଲଢେଇ । ତେଣୁ ଏହି ଲଢେଇରେ ବିଜୟ ପାଇଁ ଚାଷୀ ଭାଇ ମାନେ ସମସ୍ତେ ଟିକା ନେବା ସହିତ କୋଭିଡର ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଥିଲେ । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟ ରେ ସିଧାସଳଖ ଜମା କରାଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.