THE BYAPINI

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

Get real time updates directly on you device, subscribe now.

ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ । ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାର ସହ ରଥଯାତ୍ରା ପାଇଁ ପୁରୀ ବାସୀଙ୍କ ସହଯୋଗ ଲୋଡିଛନ୍ତି ନବୀନ । ଏବଂ ଗତବର୍ଷର ସଫଳତା ପାଇଁ ପୁରୀବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ । ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି । ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ । ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ ।

କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ୟ୍ୟନ୍ତ ଦୂର ହୋଇନାହିଁ । ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ । ଭର୍ଚୁଆଲ ବୈଠକରେ ଆଇନ, ଗଣଶିକ୍ଷା ଓ କ୍ରୀଡା ମନ୍ତ୍ରୀ ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ଵ ଦିଆଯାଇ ସ୍ଵତନ୍ତ୍ର ବ୍ୟବସ୍ତା କରାଯାଇଛି ବୋଲି କହିଥିଲେ । ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କ ପାଇଁ କୋଭିଡ଼ ଟେଷ୍ଟ, ଟୀକାକରଣ ବ୍ୟବସ୍ତା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ ,ଗରୟସମବକ୍ଷ ଇସୟ ଚକ୍ଟଗ୍ଦଗ୍ଧ ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ତା କରାଯାଇଛି ବୋଲି ମନ୍ତ୍ରୀ କହିଥିଲେ । ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁ ରେ ଶେଷ ହେବ ବୋଲି । ଏ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ପାଳିତ ହେବ ବୋଲି ଆଶା ପ୍ରକାଶ କରିଛନ୍ତି । ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ ଜଣାଇ ଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.