ପୁଣି ୨ ହଜାର ଉପରେ ସଂକ୍ରମଣ
ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ । ଗତ ୨ ଦିନ ହେବ ରାଜ୍ୟରେ ପୁଣି ୨ ହଜାର ଉପରେ ସଂକ୍ରମଣ ରହିଛି । ଗତ ୨୪ ଘଂଟାରେ ୭୨ ହଜାର ୩୨୨ କରୋନା ନମୂନା ପରୀକ୍ଷା ହୋଇଥିବା ବେଳେ ୨ ହଜାର ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୨.୯୨% ।
ଖୋର୍ଦ୍ଧାରୁ ୪୫୮, ଅନୁଗୁଳରୁ ୪୬ଜଣ, ବାଲେଶ୍ୱରରୁ ୧୬୮ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୭୯ଜଣ, ବଲାଙ୍ଗୀରରୁ ୧୩ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୩୨୩ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୩୫ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୧୬ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୯୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୧୩୨ଜଣ, କେଉଁଝରରୁ ୬୬ ଜଣ, କୋରାପୁଟରୁ ୧୯ଜଣ, ମାଲକାନଗିରିରୁ ୨୨ଜଣ, ମୟୁରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୭୪ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୧୩ ଜଣ, ରାୟଗଡ଼ାରୁ ୨୯ଜଣ, ସମ୍ୱଲପୁରରୁ ୧୯ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ ପୁଲରୁ ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସେହିପରି ଆଜି ଆଉ ୬୬ ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।