THE BYAPINI

୨ ହଜାର ତଳକୁ ଖସିଲା ସଂକ୍ରମଣ

Get real time updates directly on you device, subscribe now.

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ୨ ହଜାର ତଳକୁ ଖସିଛି ସଂକ୍ରମଣ । ଯାହା ସାମାନ୍ୟ ଆଶ୍ୱସ୍ତି ଆଣିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କଟକରୁ ସର୍ବାଧିକ ୩୩୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୦,ବାଲେଶ୍ୱରରୁ ୮୩,ଜଗତସିଂହପୁରରୁ ୧୧୨,ମୟୂରଭଂଜରୁ ୭୭,ଯାଜପୁରରୁ ୧୧୩,ନୟାଗଡରୁ ୭୩,ପୁରୀରୁ ୬୭,ଭଦ୍ରକରୁ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୫ ହଜାର ୯୭୪ରେ ପହିଂଛି ।

କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ସର୍ବାଧିକ ୧୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ଗଞ୍ଜାମ ଜିଲ୍ଲାରୁ ୫ଜଣ ରହିଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର , କଟକ, ପୁରୀ, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଢେଙ୍କାନାଳ, ଯାଜପୁର , ଝାରସୁଗୁଡ଼ା, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.